BREAKING
ରାସ୍ତା ଅଭାବରୁ ଷ୍ଟ୍ରେଚରରେ ବୁହା ହେଲେ ଗୁରୁତର ଗର୍ଭବତୀ ସାମ୍ବାଦିକଙ୍କୁ ଧମକ ଓ ଖବର ସଂଗ୍ରହରେ ବାଧା ଅଭିଯୋଗ: ଏସ୍‌ପିଙ୍କୁ ସ୍ମାରକପତ୍ର ସାମ୍ବାଦିକଙ୍କୁ ଧମକ ଓ ଖବର ସଂଗ୍ରହରେ ବାଧା ଅଭିଯୋଗ: ଏସ୍‌ପିଙ୍କୁ ସ୍ମାରକପତ୍ର ରାୟଗଡା , ଅଙ୍ଗନୱାଡ଼ି କେନ୍ଦ୍ରର ଅବ୍ୟବସ୍ଥା ସାମ୍ନା କୁ ଆଣିଲେ ସଂଘବଦ୍ଧ ହୋଇ ଧମକ ! ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ନେଇ ତଦନ୍ତ ଦାବି କଲା ପ୍ରେସ ଆଣ୍ଡ ମିଡ଼ିଆ ୱେଲଫର ଆସୋସିଏସନ ଆଞ୍ଚଳିକ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅଖଣ୍ଡ ଭାଗବତ ପାରାୟଣର ସ୍ୱର୍ଣ୍ଣଜୟନ୍ତୀ ପାଳିତ ମାଳିଗୁଡାରେ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ l ରାୟଗଡ଼ାରେ ମହାସମାରୋହରେ ପୟଗମ୍ବର ମହମ୍ମଦଙ୍କ ଜଲସା: ୩୦ ବର୍ଷର ପରମ୍ପରା
ରାୟଗଡା

ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Spread the love

ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।ଚନ୍ଦ୍ରପୁର /ଗୁଣପୁର / ରାୟଗଡ:- ତା.୨୪-୦୮-୨୦୨୬ରିଖ ଦିନ ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରାସାଦ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୩୭ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୨୨ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା। ପାଞ୍ଚଟି ଅଭିଯୋଗର ତୁରନ୍ତ ଶୁଣାଣି କରି ଫଇସଲା କରାଯାଇଥିଲା । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *