BREAKING
ରାସ୍ତା ଅଭାବରୁ ଷ୍ଟ୍ରେଚରରେ ବୁହା ହେଲେ ଗୁରୁତର ଗର୍ଭବତୀ ସାମ୍ବାଦିକଙ୍କୁ ଧମକ ଓ ଖବର ସଂଗ୍ରହରେ ବାଧା ଅଭିଯୋଗ: ଏସ୍‌ପିଙ୍କୁ ସ୍ମାରକପତ୍ର ସାମ୍ବାଦିକଙ୍କୁ ଧମକ ଓ ଖବର ସଂଗ୍ରହରେ ବାଧା ଅଭିଯୋଗ: ଏସ୍‌ପିଙ୍କୁ ସ୍ମାରକପତ୍ର ରାୟଗଡା , ଅଙ୍ଗନୱାଡ଼ି କେନ୍ଦ୍ରର ଅବ୍ୟବସ୍ଥା ସାମ୍ନା କୁ ଆଣିଲେ ସଂଘବଦ୍ଧ ହୋଇ ଧମକ ! ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ନେଇ ତଦନ୍ତ ଦାବି କଲା ପ୍ରେସ ଆଣ୍ଡ ମିଡ଼ିଆ ୱେଲଫର ଆସୋସିଏସନ ଆଞ୍ଚଳିକ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅଖଣ୍ଡ ଭାଗବତ ପାରାୟଣର ସ୍ୱର୍ଣ୍ଣଜୟନ୍ତୀ ପାଳିତ ମାଳିଗୁଡାରେ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ l ରାୟଗଡ଼ାରେ ମହାସମାରୋହରେ ପୟଗମ୍ବର ମହମ୍ମଦଙ୍କ ଜଲସା: ୩୦ ବର୍ଷର ପରମ୍ପରା
ରାୟଗଡା

କଲ୍ୟାଣସିଂହପୁରରୁ ବଡ଼ ଖବର: ନିଖୋଜ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନଦୀରୁ ଉଦ୍ଧାର​

Spread the love

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବୁଡ଼ାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରୁ ନିଖୋଜ ଥିବା ଦଶମ ଶ୍ରେଣୀର ୧୫ ବର୍ଷୀୟ ଛାତ୍ର ଜଗନ୍ନାଥ ମାଝୀଙ୍କ ମୃତଦେହ ଶେଷରେ ନଦୀରୁ ଉଦ୍ଧାର ହୋଇଛି।​ସୂଚନା ଅନୁଯାୟୀ, ଜଗନ୍ନାଥ ଗତକାଲିଠାରୁ ହଠାତ୍ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳିନଥିଲା। ଆଜି ସନ୍ଧ୍ୟା ସମୟରେ ଶିକରପାଇ ପଞ୍ଚାୟତ ଅନ୍ତର୍ଗତ ବଡ଼ ମାଣିଝୋଲା ନଦୀରେ ଏକ ଶବ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପ୍ରଶାସନକୁ ଖବର ଦେଇଥିଲେ।​ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହଟିକୁ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତଦେହକୁ ନିଜ ହେପାଜତକୁ ନେଇ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଛାତ୍ର ଜଣକ କିଭଳି ପରିସ୍ଥିତିରେ ନଦୀକୁ ଗଲେ ଏବଂ ତାଙ୍କର ମୃତ୍ୟୁ ଘଟିଲା, ସେ ନେଇ ତଦନ୍ତ ଜାରି ରଖିଛି। ଛାତ୍ରଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳ ତଥା ବିଦ୍ୟାଳୟରେ ଗଭୀର ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *