BREAKING
ରାସ୍ତା ଅଭାବରୁ ଷ୍ଟ୍ରେଚରରେ ବୁହା ହେଲେ ଗୁରୁତର ଗର୍ଭବତୀ ସାମ୍ବାଦିକଙ୍କୁ ଧମକ ଓ ଖବର ସଂଗ୍ରହରେ ବାଧା ଅଭିଯୋଗ: ଏସ୍‌ପିଙ୍କୁ ସ୍ମାରକପତ୍ର ସାମ୍ବାଦିକଙ୍କୁ ଧମକ ଓ ଖବର ସଂଗ୍ରହରେ ବାଧା ଅଭିଯୋଗ: ଏସ୍‌ପିଙ୍କୁ ସ୍ମାରକପତ୍ର ରାୟଗଡା , ଅଙ୍ଗନୱାଡ଼ି କେନ୍ଦ୍ରର ଅବ୍ୟବସ୍ଥା ସାମ୍ନା କୁ ଆଣିଲେ ସଂଘବଦ୍ଧ ହୋଇ ଧମକ ! ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ନେଇ ତଦନ୍ତ ଦାବି କଲା ପ୍ରେସ ଆଣ୍ଡ ମିଡ଼ିଆ ୱେଲଫର ଆସୋସିଏସନ ଆଞ୍ଚଳିକ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅଖଣ୍ଡ ଭାଗବତ ପାରାୟଣର ସ୍ୱର୍ଣ୍ଣଜୟନ୍ତୀ ପାଳିତ ମାଳିଗୁଡାରେ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ l ରାୟଗଡ଼ାରେ ମହାସମାରୋହରେ ପୟଗମ୍ବର ମହମ୍ମଦଙ୍କ ଜଲସା: ୩୦ ବର୍ଷର ପରମ୍ପରା
ରାୟଗଡା

ରାୟଗଡ଼ ଠାରେ ଜିଲ୍ଲାପାଳଙ୍କର ଯୁଗ୍ମଅଭିଯୋଗ ଶୁଣାଣି

Spread the love

୭/୯/୨୬: ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ବୈଠକରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରାସାଦ, ବନ ବିଭାଗର ଅଧିକାରୀ ଶ୍ରୀ ସଚିନ୍ ଆନ୍ନା ସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ବିଶ୍ୱମ୍ବର କୁମାର ବେହେରା, ଉପ ଜିଲ୍ଲାପାଳ ରାୟଗଡ଼ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ତଥା ସମନ୍ୱିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ୟା ଗୁଡିକର ସମାଧାନ କରିବା ପାଇଁ ଚେଷ୍ଟା କରିଥିଲେ। ଏଥିରେ ମୋଟ ୧୦୮ଟି ଅଭିଯୋଗ ପଞ୍ଜିକୃତ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ୮୨ ଏବଂ ୧୭ ଟି ସାମୁହିକ ଅଭିଯୋଗ ଶୁଣାଣି କରାଯାଇଥିଲା। ଉକ୍ତ ଅଭିଯୋଗ ଶୁଣାଣିରେ ରେଡକ୍ରୋସ ପାଣ୍ଠିରୁ ୫ଜଣଙ୍କୁ ୧୮ ହଜାର ଟଙ୍କା ଆବଶ୍ୟକୀୟ ବ୍ୟକ୍ତିଙ୍କୁ ପ୍ରଧାନ କରାଯଇଥିବାବେଳେ ୨୧ଟି ଅଭିଯୋଗର ତୁରନ୍ତ ଫଇସଲା ହୋଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ସମ୍ପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଏହା ସହ ୨ଜଣ ଦୁର୍ବଳ ଦୃଷ୍ଟିଶକ୍ତି ବ୍ୟକ୍ତିଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଲାପଟୋପ ପ୍ରଦାନ କରାଯଇଥିଲା।

Leave a Reply

Your email address will not be published. Required fields are marked *