ରାୟଗଡା

କାଶୀପୁର ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ କାଶୀପୁର

Spread the love

ରାୟଗଡ/୧୭.୮.୨୦୨୬ : ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କର ଅଧକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷ ଶ୍ରୀ ରାଜ ପ୍ରାସାଦ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ କୁମାର ମିଶ୍ର , ବ୍ଲକ ଅଧ୍ୟକ୍ଷ କଣ୍ଠମାଝି, ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ lଆଜି ମୋଟ ୧୩୧ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୧୦୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୪ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା। ୬ ଜଣ ନୂତନ ପେନସନ ହିତାଧିକାରୀଙ୍କୁ ପେନସନ ବଣ୍ଟନ କରାଗଲା। ଏହାସହ ୨ ଜଣ ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ହ୍ୱିଲଚେୟାର ପ୍ରଦାନ କରାଗଲା। ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *